Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜଧାନୀର 78ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର- ଆଜି ରାଜଧାନୀ ପାଳୁଛି ୭୮ତମ ପ୍ରତିଷ୍ଠା ଦିବସ। ଏଥିପାଇଁ ଗତକାଲିଠୁ ସଜେଇ ହୋଇଛି ରାଜଧାନୀ।

୧୯୪୮ରୁ ପ୍ରତିବର୍ଷ ଅପ୍ରେଲ ୧୩ ତାରିଖ ଦିନ, “ଭୁବନେଶ୍ୱର ପ୍ରତିଷ୍ଠା ଦିବସ ବା ରାଜଧାନୀ ପ୍ରତିଷ୍ଠା ଦିବସ” ଭାବରେ ପାଳନ କରାଯାଏ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ୧୯୪୬ ମସିହାରେ ଭୁବନେଶ୍ୱରକୁ ଏକ ମନହୋର ନଗରୀରେ ଗଢ଼ି ଲୋଳିବାର ନକ୍ସା ପ୍ରସ୍ତୁତ କରିଥିଲେ ଜର୍ମାନୀର ସ୍ଥପତି ଓ ପ୍ଲାନର “ଅଟୋକଏନ୍ସ ବର୍ଗର”।

୧୯୪୮ ମସିହା ଅପ୍ରେଲ ୧୩ତାରିଖ ଦିନ ଭୁବନେଶ୍ୱରରେ ନୂଆ ରାଜଧାନୀର ପ୍ରତିଷ୍ଠା ଫଳକ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ କରକମଳରେ ସ୍ଥାପିତ ହୋଇଥିଲା ।

Show More

Related Articles

Back to top button