Breaking PLUSଓଡ଼ିଶାମୁଖ୍ୟ ଖବର
ବନକଲାଗି ନୀତି – ଚାରି ଘଂଟା ପାଇଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ରହିବ ବନ୍ଦ

ପୁରୀ, 15 ଏପ୍ରିଲ- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ସଂଧ୍ୟାରେ ଚାରି ଘଂଟା ପାଇଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତିରେ ଏନେଇ ସୂଚନା ଦିଆଯାଇଛି । ବୁଧବାର ବୈଶାଖ:କୃଷ୍ଣ ତ୍ରୟୋଦଶୀ ତିଥ୍ୟରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।ଏଣୁ ଦ୍ୱିତୀୟ ଭୋଗମଣ୍ତପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ



