Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ଅନେକ ନେତା

ଭୁବନେଶ୍ୱର, 17 ଏପ୍ରିଲ- ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଶ୍ରାଦ୍ଧ ଦିବସ । ଏହି ଅବସରରେ ବିଭିନ୍ନ ମହଲରୁ ତାଙ୍କୁ ଶ୍ରଦ୍ଧାଜଂଳି ଜ୍ଞାପନ କରାଯାଇଛି । ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବହୁ ନେତା ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ।

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାକୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡିଶା ପାଇଁ ତାଙ୍କର ଅବଦାନ ଚିରସ୍ମରଣୀୟ ହୋଇ ରହିବ।

ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ଜନନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥି ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ଯମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଶାର ଗୌରବ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି।

ନବୀନ କହିଛନ୍ତି ଯେ, ଦେଶର ସ୍ୱାଧୀନତା ସଂଗ୍ରାମରେ ସେ ଗ୍ରହଣ କରିଥିଲେ ବଳିଷ୍ଠ ଭୂମିକା। ଲୋକଙ୍କ ହାତରେ କ୍ଷମତା ପ୍ରଦାନ କରି ସେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିଥିଲେ। ରାଜନୀତିରେ ମହିଳାଙ୍କ ପାଇଁ ସଂରକ୍ଷଣ, ଶିଳ୍ପଠୁ ଆରମ୍ଭ କରି ଓଡ଼ିଆ ସ୍ୱାଭିମାନ ରକ୍ଷାରେ ତାଙ୍କର ଅବଦାନ ଅତୁଳନୀୟ।

ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ବିଜୁ ଜନତା ଦଳ ଓଡ଼ିଶା ମାଟିର ସେବାରେ ସଦା ସମର୍ପିତ ବୋଲି ନବୀନ କହିଛନ୍ତି ।

Show More

Related Articles

Back to top button