Breaking PLUSଓଡ଼ିଶାମୁଖ୍ୟ ଖବର
ନବରଙ୍ଗପୁର ଜିଲ୍ଲାରେ ଆସନ୍ତା ୨୦ରୁ ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର- ରାଜ୍ୟରେ ବଢୁଛି ଗ୍ରୀଷ୍ମ ପ୍ରବାହ । ବିଶେଷ କରି ପଶ୍ଚିମ ଓଡ଼ିଶା ହୁହୁ ହୋଇ ଜଳୁଛି । ପ୍ରଚଣ୍ଡ ରୌଦ୍ର ତାପରେ ଅସ୍ତବ୍ୟସ୍ତ ସଂପୂର୍ଣ୍ଣ ଜୀବନଯାତ୍ରା । ଏହାକୁ ଦୃଷ୍ଟିରେ ରଖି ଗୋଟିଏ ପରେ ଗୋଟିଏ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଉଛି । ବଲାଙ୍ଗିର ସୋନପୁର ଓ ବୌଦ୍ଧ ପରେ ଏବେ ନବରଙ୍ଗପୁରର ସ୍କୁଲ ଛୁଟି ଘୋଷଣା କରାଯାିଛି ।
ନବରଙ୍ଗପୁର ଜିଲ୍ଲାରେ ଆସନ୍ତା ୨୦ରୁ ସମସ୍ତ ସ୍କୁଲ, କଲେଜ ଛୁଟି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି ।ଅଙ୍ଗନବାଡ଼ି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଜିଲ୍ଲାପାଳ ଘୋଷଣା କରିଛନ୍ତି । କିନ୍ତୁ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ଗୁଡ଼ିକ ଜାରି ରଖିବାକୁ ନିଷ୍ପତ୍ତି ହୋଇଛି ।



