Breaking PLUSଓଡ଼ିଶାମୁଖ୍ୟ ଖବର
ପୂର୍ଣ୍ଣିମା ଘଡେଇଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, 4ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର- କେନ୍ଦୁଝର ଘଟଗାଁଠାରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ପୂର୍ଣ୍ଣିମା ଘଡେଇ (ସ୍ବାମୀ – ସୁରେଶ ଚନ୍ଦ୍ର ବେହେରା) ଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି।



