Breaking PLUSଦେଶମୁଖ୍ୟ ଖବରରାଜନୀତି

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

କୋଲକାତା, 9 ମେ- ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ  । ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ  । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ।

ଶନିବାର ସକାଳେ କୋଲକାତାର ଐତିହାସିକ ବ୍ରିଗେଡ୍ ପେରେଡ୍ ଗ୍ରାଉଣ୍ଡରେ ଆୟୋଜିତ ଶପଥ ଗ୍ରହଣ ଅନୁଷ୍ଠାନରେ ରାଜ୍ୟପାଳ ଆର୍. ଏନ୍. ରବି ଶୁଭେନ୍ଦୁ ଅଧିକାରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅନୁଷ୍ଠାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଭାଜପା ଶାସିତ ରାଜ୍ୟମାନଙ୍କର ମୁଖ୍ୟମନ୍ତ୍ରୀମାନେ ସହ ଅନେକ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ , ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ଉପସ୍ଥିତ ଅଛନ୍ତି । NDA ଶାସିତ ରାଜ୍ୟର ସବୁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ଅଛନ୍ତି  ।

Show More

Related Articles

Back to top button