Breaking PLUSଓଡ଼ିଶାମୁଖ୍ୟ ଖବର
4ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର, 1 ଜୁନ- ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା । ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସୋମବାର ପ୍ରାୟତଃ ସମଗ୍ର ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ ଆଦି ଜିଲାକୁ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ପବନ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାକୁ କାଳବୈଶାଖୀ ସହିତ କୁଆପଥର ବୃଷ୍ଟି ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।



