ଓଡ଼ିଶାସ୍ୱାସ୍ଥ୍ୟ

ଆଜି ରାଜ୍ୟରେ କମିଛି ସଂକ୍ରମଣ,୨୪ ଘଣ୍ଟାରେ ରାଜ୍ୟରେ ୭୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ କମିଛି ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୭୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୪ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ରହିଛନ୍ତି ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୩୮ଜଣ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ,

ସେହିପରି କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୬୬ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୬ଜଣ, ଷ୍ଟେଟ ପୁଲ୍‌ରୁ ୨୭ଜଣ ରହିଛନ୍ତି ।

Show More

Related Articles

Back to top button