Breaking PLUSଓଡ଼ିଶାମୁଖ୍ୟ ଖବର
ଭୀଷଣ ବାତ୍ୟା ‘ମୋନ୍ଥା’ ପାଇଁ ପାରାଦୀପରେ ସତର୍କ ସୂଚନା ଜାରି

ଭୁବନେଶ୍ୱର- ଭୀଷଣ ବାତ୍ୟା ‘ମୋନ୍ଥା’ ପାଇଁ ପାରାଦୀପରେ ସତର୍କ ସୂଚନା ଜାରି କରାଯାଇଛି । ମାଇକ୍ ଦ୍ଵାରା ସତର୍କ କରାଇଛି ମତ୍ସ୍ୟ ବିଭାଗ ଓ ସାମୁଦ୍ରିକ ପୋଲିସ । ନେହରୁବଙ୍ଗଳା ଫିସିଂ ହାର୍ବର, ଅଠରବାଙ୍କି, ଷଣ୍ଢକୁଦରେ ପ୍ରଚାର କରାଯାଇଛି । ନୂଆବଜାର, ଚୌମୁହାଣି ଅଞ୍ଚଳରେ ବି ମାଇକ୍ ଦ୍ୱାରା ପ୍ରଚାର । ୨୯ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଯେଉଁମାନେ ସମୁଦ୍ରରେ ଅଛନ୍ତି ତୁରନ୍ତ କୂଳକୁ ଫେରି ଆସିବାକୁ ଅପିଲ୍ କରାଯାଇଛି ।



