Breaking PLUSଓଡ଼ିଶାଦେଶଦେଶ ବିଦେଶମୁଖ୍ୟ ଖବର

ଆତଙ୍କବାଦ ବିରୋଧୀ ଲଢ଼େଇ ନେଇ ସର୍ବଦଳୀୟ ପ୍ରତିନିଧି ଦଳ ଗଠନ

ଆତଙ୍କବାଦ ବିରୋଧୀ ବାର୍ତ୍ତା ବାଣ୍ଟିବା ନେଇ ଗଠନ ହେଲା ସର୍ବଦଳୀୟ ପ୍ରତିନିଧି ଦଳ । ବିଶ୍ବ ସମୁଦାୟ ଆଗରେ ପାକିସ୍ତାନର ଅସଲ ମୁଖା ଖୋଲିବାକୁ ଗଠନ ହେଲା ଦଳ  । ଏହି ଦଳର ସଦସ୍ୟମାନେ ପାକିସ୍ତାନର ଆତଙ୍କୀ ପ୍ରୀତି ସହ ଅପରେସନ ସିନ୍ଦୂର ବାବଦରେ ବିଶ୍ବର ବଡ ବଡ ଦେଶକୁ ଗସ୍ତ କରି ବଖାଣିବେ ।  ବିଦେଶ ଗସ୍ତ ପାଇଁ ୭ଟି ସର୍ବଦଳୀୟ ପ୍ରତିନିଧି ଦଳ ଗଠନ ହୋଇଛି । ପ୍ରତି ଦଳର ନେତୃତ୍ବ ନେବେ ୭ ଜଣ ବରିଷ୍ଠ ସାଂସଦ । ତେବେ କଂଗ୍ରେସର ଶଶୀ ଥରୁର, ବିଜେପିର ରବି ଶଙ୍କର ପ୍ରସାଦ ଏବଂ ବୈଜୟନ୍ତ ପଣ୍ଡା, ଜେଡିୟୁର ସଞ୍ଜୟ କୁମାର ଝା, ଡିଏମକେର କାନିମୋଝୀ କରଣାନିଧି, ଏନସିପିର ସୁପ୍ରିୟା ସୋଲେ ଏବଂ ଶିବସେନାର ଶ୍ରୀକାନ୍ତ ଏକନାଥ ସିନ୍ଦେ ପ୍ରତି ଦଳର ନେତୃତ୍ବ ନେବା ନେବେ

Show More

Related Articles

Back to top button