ପୁଣି ଉତ୍ତର କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହା ଲଘୁଚାପ ରୂପ ନେଇପାରେ । ପ୍ରଭାବରେ ୨ ଓ ୩ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।
ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁଦେଇଥିବା ସୂଚନା ଅନୁଯାୟୀ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବାକୁ ଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଉତ୍ତର ଓଡ଼ିଶାରେ ବି ବର୍ଷା ହୋଇପାରେ । ୩ ତାରିଖରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ ।