
ପୁଣି ରାଜ୍ୟରେ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏକ ଲଗୁଚାପ ପ୍ରଭାବରେ ଆସନ୍ତା ୬ ତାରିଖରୁ ୯ ତାରିଖ ଯାଏ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ , ରାଜ୍ୟରେ ୨ଦିନ ହେବ ପାଗ ଶୁଖିଲା ରହିଛି । ତେବେ ଅଗଷ୍ଟ ୫ ଯାଏ ପାଗ ଶୁଖିଲା ରହିବ । କିଛି ସ୍ଥାନରେ କେବଳ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଯାଏ ଅଧିକ ରେକର୍ଡ କରାଯାଇଛି ।



