ଆସନ୍ତା ୧୮ରେ ବାୟୁ ସେନା ପକ୍ଷରୁ ପୁରୀ ରାଜଭବନ ନିକଟ ବେଳାଭୂମିରେ ହେବ ଏୟାର ସୋ । ଏହିଦିନ ଆକାଶ ମାର୍ଗରେ କଳା କୌଶଳ ପ୍ରଦର୍ଶନ କରିବେ ସେନାର ପାଇଲଟ । ତେବେ ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁଚାରୁ ରୁପେ ସମ୍ପାଦନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଅଧ୍ୟକ୍ଷତା କରିଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା ।
ଏହି ବୈଠକରେ ବିସ୍ତୃତ ଆଲୋଚନା ପରେ ଆଇନ ଶୃଙ୍ଖଳା ରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ସୋ ଦେଖିବା ବ୍ୟବସ୍ଥା, ପାର୍କିଂ ବ୍ୟବସ୍ଥା, ପ୍ରଚାର ପ୍ରସାର, ସ୍ୱାସ୍ଥ୍ୟ, ଅଗ୍ନିଶମ ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା। ପ୍ରତ୍ୟେକ ବିଭାଗ ସେମାନଙ୍କ ଦାୟିତ୍ୱକୁ ନିଷ୍ଠାର ସହ ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଏହି ବୈଠକରେ ଉପସ୍ଥିତ ଥିଲେ ଡିଏଫଓ ରାମସାମୀ ପି, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଉପ ଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍ ପି ମିହିର ପ୍ରସାର ପଣ୍ଡା, ସିଟି ଡିଏସପି ଜନାର୍ଦ୍ଦନ ପାଢ଼ୀ, ଆଚଂଳିକ ପରିବହନ ଅଧିକାରୀ ସମୀର କୁମାର ଦଳାଇ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ପର୍ଯ୍ୟଟନ ଅଧିକାରୀ ସରୋଜ କୁମାର ପ୍ରଧାନ, କ୍ରୀଡା ଅଧିକାରୀ ଚନ୍ଦନ ସାହୁ ଓ ଅନ୍ୟାନ୍ୟ ଅଧିକାରୀ ।