ଓଡ଼ିଶାପାଣିପାଗ

ପୁଣି ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଏବେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହି ଲଘୁଚାପ ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ବର୍ଷା ।ଉତ୍ତର-ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଘୁର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଏବଂ ପଡୋଶି ରାଜ୍ୟ ଉପକୂଳରେ ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ଆଗାମୀ ୨୪ ଘଣ୍ଟାରେ ମାଲକାନଗିରି,କୋରାପୁଟ,ନବରଙ୍ଗପୁର,କଳାହାଣ୍ଡି, ନୂଆପଡ଼ା, ବରଗଡ଼,ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର ଏବଂ ମୟୁରଭଞ୍ଜ ଜିଲ୍ଲାର କିଛିକିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

 

Show More

Related Articles

Back to top button