Breaking PLUSଓଡ଼ିଶାମୁଖ୍ୟ ଖବର

25 ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ

ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା

ଭୁବନେଶ୍ୱର: 25 ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ । ସକ୍ରିୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୨୩ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି।

ଗତକାଲି ସୃଷ୍ଟି ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର-ଓଡିଶା ତତ୍‌-ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି । ବିଭିନ୍ନ ସ୍ଥାନରେ ତହାକୁ ତୁହା ବର୍ଷା ଲାଗିରହିଛି । ଆଗାମୀ ୨ ରୁ ୩ ଦିନ ଯାଏ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା -ଉତ୍ତର ଛତିଶଗଡ ମୁହାଁ ହେବାର ସମ୍ଭାବନା ରହିଛି।

Show More

Related Articles

Back to top button