ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଠ ଲଘୁଚାପ ଫଳରେ ଆସନ୍ତା ୧୮ ଓ ୧୯ରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ସମେତ ଉପକୂଳର ବିଭିନ୍ନ ଜିଲ୍ଲାରେ କିଛି ସ୍ଥାନରେ ବର୍ଷିବ । ଏନେଇ ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
୧୮ରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁରର ଗୋଟିଏ ୨ଟି ସ୍ଥାନରେ ଅଧିକ ବର୍ଷା ହୋଇପାରେ ।
ସେହିପରି ୧୯ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ଅଛି ।
୨୦ରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ଅନୁଗୁଳର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିଭଳି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି ।