Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତା ୬ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର-  ଆସନ୍ତା ୬ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ଆଉ ସେହି ସମୟରେ ଦୁର୍ଗାପୂଜା ପଡୁଥିବାରୁ ପାର୍ବଣକୁ ବର୍ଷା ଫିକା କରିପାରେ ବୋଲି କୁହାଯାଉଛି । ୯ ତାରିଖରେ ମଣ୍ଡପରେ ଦେବୀ ଦୁର୍ଗାଙ୍କ ମହାଷଷ୍ଠୀ ପୂଜା ରହିଛି । ଆଉ ବର୍ଷା ଲାଗି ରହିଲେ ପାର୍ବଣ ଫିକା ପଡ଼ିବା ଆଶଙ୍କା ରହିଛି । ଅନ୍ୟପଟେ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button