Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
ଆଜିବି ଚାଲିପାରୁନି ଗୃହ, ଆରମ୍ଭରୁ ହଟ୍ଟଗୋଳ

ଭୁବନେଶ୍ୱର- ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। ଏସସିବି ମେଡିକାଲରେ ଘଟିଥିବା ଅଗ୍ନିକାଣ୍ତ ଘଟଣାକୁ ନେଇ ବିରୋଧୀମାନେ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ଧରି ହୋହଲ୍ଲା। ତାହା ସହ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିବାକୁ ଉଦ୍ୟମ ମଧ୍ୟ କରିଛନ୍ତି। ପ୍ରବଳ ହଟ୍ଟଗୋଳ ହେବାରୁ ଗୃହକୁ ୧୧ଟା ୩୦ଯାଏଁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି।
ଏସସିବି ଅଗ୍ନିକାଣ୍ଡକୁ ନେଇ ଉଠୁଛି ପଡ଼ୁଛି ରାଜ୍ୟ ରାଜନୀତି। ଏହି ଘଟଣାକୁ ନେଇ ଗୃହ ମଧ୍ୟ ଭାଗରେ ବିରୋଧୀଙ୍କ ନାରାବାଜି। ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହଲ୍ଲାବୋଲ। ଏସସିବି ନିଆଁ ତାତିରେ ଗୃହ ହୁଲୁସ୍ତୁଲୁ।



