Breaking PLUSଓଡ଼ିଶାମୁଖ୍ୟ ଖବର

26ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର- ଆସନ୍ତା ୨୬ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ। ଏହା ପୂର୍ବରୁ ୨୫ରେ କଂଗ୍ରେସ ଏବଂ ବିଜେଡିର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ବିରୋଧୀ କଂଗ୍ରେସ ଏବଂ ବିଜେଡି ଅନାହାର ମୃତ୍ୟୁ, ଦରଦାମ ବୃଦ୍ଧି, ଆଇନଶୃଙ୍ଖଳା ପରିସ୍ଥିତି, ନିଯୁକ୍ତି ଏବଂ ଶିଶୁ ବିକ୍ରି ପ୍ରସଙ୍ଗ ଗୃହରେ ଉଠାଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରୁଛନ୍ତି। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ଶଙ୍ଖ ଭବନରେ ବିଜେଡିର ବିଧାୟକ ଦଳ ବୈଠକ ବସିବ ବୋଲି ଜଣାପଡ଼ିଛି। ଆଗାମୀ ଅଧିବେଶନରେ ଶାସକ ଦଳକୁ ଘେରିବା ପାଇଁ ବୈଠକରେ ରଣନୀତି ପ୍ରସ୍ତୁତ କରିବ କଂଗ୍ରେସ।

Show More

Related Articles

Back to top button