Breaking PLUSଓଡ଼ିଶାମୁଖ୍ୟ ଖବର

ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହେବ ଏମ୍ଓୟୁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ଦିନ ୨ଟାରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହେବ ଏମ୍ଓୟୁ । ଏନେଇ ସବୁ ପ୍ରସ୍ତୁତି ଶେଷ ହୋଇଛି। ଆଜି ବିଜ୍ଞାନ ଭବନରେ ଚୁକ୍ତିନାମା ସ୍ବାକ୍ଷରିତ ହେବ । ଆୟୁଷ୍ମାନ ଯୋଜନା ପ୍ରଥମ ଥର ପାଇଁ ଓଡ଼ିଶାରେ ଲାଗୁ ହେବ। ଏହି କାର୍ଡ ଦ୍ବାରା ସାରା ଭାରତରେ ଯେକୌଣସି ସ୍ଥାନରେ ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ ୫ ଲକ୍ଷରୁ ୧୦ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା କରିପାରିବେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button