
ଆସିଛି ପଦ୍ମପୁର ଉପ-ନିର୍ବାଚନ ଫଳାଫଳ। ବାଜି ମାରି ନେଇଛନ୍ତି ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା। ୪୨ ହଜାର ୬୭୯ ଖଣ୍ଡ ଭୋଟ୍ରେ ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ପରାସ୍ତ କରିଛନ୍ତି। ବର୍ଷା ସିଂହ ବରିହା ୧ ଲକ୍ଷ ୨୦ ହଜାର ୮୦୭ ଖଣ୍ଡ ଭୋଟ୍ ପାଇଛନ୍ତି।
ବିଜେପିର ପ୍ରଦୀପ ପୁରୋହିତ ୭୮ ହଜାର ୧୨୮ ଖଣ୍ଡ ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ୩୫୯୪ ଖଣ୍ଡ ଭୋଟ୍ ମିଳିଛି।
ପ୍ରଥମ ରାଉଣ୍ଡରୁ ଆଗୁଆ ରହିଥିଲେ ବର୍ଷା
ସ୍ବର୍ଗତ ବିଜୟ ରଂଜନ ସିଂ ବରିହାଙ୍କ ସୁକନ୍ୟା ତଥା ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ୧,୧୯,୫୧୨ ଖଣ୍ଡ ଭୋଟ୍ ମିଳିଛି। ତାଙ୍କର ନିକଟତମ ପ୍ରାର୍ଥୀ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୭୭,୪୪୭ ଖଣ୍ଡ ଭୋଟ୍ ମିଳିଛି। ଫଳରେ ବର୍ଷା ସିଂ ବରିହା ୪୨,୦୬୫ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିବା ଜଣାପଡ଼ିଛି। ସେହିପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ୩୫୪୮ ଖଣ୍ଡ ଭୋଟ୍ ମିଳିଛି। ତେବେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ବାଚନ ଫଳାଫଳ ଘୋଷଣାକୁ ଅପେକ୍ଷା କରାଯାଇଛି।