Breaking PLUSଆଇନ କାନୁନଓଡ଼ିଶାଦେଶନିଯୁକ୍ତିବ୍ୟକ୍ତିତ୍ୱମୁଖ୍ୟ ଖବରରାଜନୀତି
ଓଏଫଡିସି ଅଧ୍ୟକ୍ଷ ଦାୟିତ୍ୱରେ ଭାସ୍କର ଜ୍ୟୋତି ଶର୍ମା

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ଅଧିକାରୀ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମ (ଓଏଫଡିସି)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
୧୯୯୯ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଶର୍ମା ନିଜର ବର୍ତ୍ତମାନର ଦାୟିତ୍ୱ ସହ ଓଏଫଡିସି ଅଧ୍ୟକ୍ଷ ପଦ ସମ୍ଭାଳିବେ। ସେ ଏବେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ପ୍ରମୁଖ ସଚିବ ଅଛନ୍ତି। ଏହାସହ ଓଏସବିସିଏଲ୍ର ଅଧ୍ୟକ୍ଷ ଏବଂ ଓପିଟିସିଏଲ୍ର ସିଏମ୍ଡି ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି।
ଉଲ୍ଲେଖଯୋଗ୍ୟ, ୧୯୯୫ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀ ପୂର୍ବରୁ ଓଏଫଡିସି ଅଧ୍ୟକ୍ଷ ଥିଲେ। ତାଙ୍କୁ କିଛି ଦିନ ପୂର୍ବରୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ଅଫିସର ଅନ୍ ସ୍ପେଶାଲ୍ ଡ୍ୟୁଟି (ଓଏସ୍ଡି) ଭାବେ ନିଯୁକ୍ତି ଦିଆଯାଇଥିଲା। ଏହାପରେ ଶର୍ମାଙ୍କୁ ଓଏଫଡିସି ଅଧ୍ୟକ୍ଷ ଦାୟିତ୍ୱ ମିଳିଛି।



