Breaking PLUSଓଡ଼ିଶାମୁଖ୍ୟ ଖବର

ମହୁମାଛି ଆକ୍ରମଣରେ ଜଣେ ମୃତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି | ଅନ୍ୟ ୪ ଜଣ ଗୁରୁତରଙ୍କୁ ବେନଗାଁ ମେଡିକାଲ୍‌ରେ ଭର୍ତ୍ତି କରାଯାଇ ବର୍ତ୍ତମାନ ସୁସ୍ଥ ହୋଇ ଘରେ ଅଛନ୍ତି l

ସୂଚନାନୁସାରେ ବେତିଆପଡା ଗାଁର ୫ଜଣ ବ୍ୟକ୍ତି ଗତ ଶୁକ୍ରବାର ସନ୍ଧ୍ୟାରେ ଟିଟିଙ୍ଗ ଝରଣ ମହୁଲ ଗଛ ଭଟା ଜଙ୍ଗଲକୁ ଜାଳେଣି କାଠ କାଟିବାକୁ ଯାଇଥିଲେ | ଏହି ସମୟରେ ହଠାତ୍ ଏକ ମହୁମାଛି ଦଳ ଆକ୍ରମଣ କରିବାରୁ ୫ ଜଣ ଗୁରୁତର ଆହତ ହୋଇଥିଲେ|  କିନ୍ତୁ ବୁର୍ଜା ମାଝୀ ଗୁରୁତର ହେବାରୁ ତାଙ୍କୁ ରାତାରାତି ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଭବାନୀପାଟଣାରେ ନେଇ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ ମୃତ୍ୟୁ ଘଟିଥିଲା।

 

Show More

Related Articles

Leave a Reply

Your email address will not be published. Required fields are marked *

Back to top button