Breaking PLUSଓଡ଼ିଶାମୁଖ୍ୟ ଖବର

ତେଜୁଛି ଭୁବନେଶ୍ୱର ବିଜେଡି କଳି, 4ଜଣଙ୍କୁ ନୋଟିସ

ଭୁବନେଶ୍ୱର- ଭୁବନେଶ୍ୱର ବିଜେଡି କଳି ପରେ ବଡ଼ ଆକ୍ସନ। ବିଜେଡି କର୍ପୋରେଟର ଅମରେଶ ଜେନା, ବିରଞ୍ଚି ନାରାୟଣ ମହାସୂପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ସୁଶାନ୍ତ ରାଉତ । ବିଜେଡି ନେତା ରାଜେଶ ପାତ୍ର ଓ ବିଜୁ ଛାତ୍ର ଜନତା ଦଳ ନେତା ବିବେକ ସ୍ୱାଇଁଙ୍କୁ ବି ନୋଟିସ ଜାରି ହୋଇଛି । କାହିଁକି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆ ନ ଯିବ ତାର ଉତ୍ତର ୧୫ ଦିନ ଭିତରେ ଦେବାକୁ ନୋଟିସରେ ଉଲ୍ଲେଖ ରହିଛି ।

ଆଜି ପୂର୍ବାହ୍ନରେ ଭୁବନେଶ୍ବର ମହାନଗର ନିଗମର ୨୫ରୁ ୩୦ ବିଜେଡି କର୍ପୋରେଟର, ଅମରେଶ ଜେନା ଓ ବିରଞ୍ଚି ମହାସୁପକାରଙ୍କୁ ବିରୋଧ କରି ବସରେ ପୁରୀ ଲୋକନାଥ ଦର୍ଶନ ପାଇଁ ଯାଇଥିଲେ । ଏହା ପରେ ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button