Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
ନିଲମ୍ବିତ ବିଧାୟକଙ୍କ ସଭ୍ୟପଦ ଋଦ୍ଦ ପାଇଁ ବାଚସ୍ପତିଙ୍କୁ ଆଜି ଭେଟିବ ବିଜେଡି

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନରେ କ୍ରସ୍ଭୋଟିଂ ଏବଂ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ନିଲମ୍ବିତ ୮ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଦାବି କରିବ ବିଜେଡି। ସୋମବାର ବିଜେଡି ବିଧାୟକମାନେ ବିଧାନସଭାରେ ବାଚସ୍ପତିଙ୍କୁ ଭେଟି ୮ ନିଲମ୍ବିତ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିବାକୁ ଦାବି କରିବେ ବୋଲି ସୂଚନା ମିଳିଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଗତ ଜାନୁଆରୀ ୧୫ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ଏବଂ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରିଥିଲେ।



