Breaking PLUSଓଡ଼ିଶାମୁଖ୍ୟ ଖବରସ୍ୱତନ୍ତ୍ର
ଡରାଉଛି ଡେଙ୍ଗୁ, ସ୍କୁଲରେ ସଚେତନତା କାର୍ଯ୍ୟକ୍ରମ
ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ସଚେତନ କରିବ ବିଏମସି
ଭୁବନେଶ୍ୱର:ଡେଙ୍ଗୁ ପ୍ରତିହତ ପାଇଁ ଅଭିନବ ପଦକ୍ଷେପ । ବିଏମସି ପକ୍ଷରୁ ସବୁ ସ୍କୁଲରେ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ କରାଯିବ। ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଡେଙ୍ଗୁ ନେଇ ସଚେତନ କରାଯିବ। ସ୍କୁଲରେ ସଚେତନତା ବ୍ୟତୀତ ଘର ଘର ବୁଲି ସଚେତନତା କାର୍ଯ୍ୟକ୍ରମ ବଢ଼ାଇବା, ସଫେଇ ଏବଂ ଘର ଭିତର ସଫା ରଖିବାକୁ ପରାମର୍ଶ ଦେବ ବିଏମସି। ରାଜଧାନୀରେ ବଢୁଥିବା ଡେଙ୍ଗୁ ରୋଗୀଙ୍କ ସଂଖ୍ୟାକୁ ଦେଖି ବିଭିନ୍ନ ନିଷ୍ପତ୍ତି ନିଆଯାଇଛି। ଗତ ୧୦ ତାରିଖରୁ ଆରମ୍ଭ ହୋଇଥିବା ଘର ଘର ଅଭିଯାନରେ ଏଯାଏ ୪ ହଜାର ୩୦୯ ଘରକୁ ପହଞ୍ଚିଛି ବିଏମସି।
ରାଜଧାନୀରେ ଡେଙ୍ଗୁ ଆତଙ୍କ ଖେଳାଇ ରଖିଥିବା ବେଳେ ବିଏମସି ପକ୍ଷରୁ ଏଭଳି ଅଭିନବ ପଦକ୍ଷେପ ହାତକୁ ନିଆଯାଇଛି । ଭୁବନେଶ୍ୱରରେ ଏପର୍ଯ୍ୟନ୍ତ ୧୧୬୪ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ କେବଳ ୪୭୧ ରୋଗୀ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ….