ଓଡ଼ିଶା

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ବ୍ରଜମୋହନ ରାମଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର: ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ରବିବାର ଶପଥ ଗ୍ରହଣ କରିଛନ୍ତି। ଭୁବନେଶ୍ୱରସ୍ଥିତ ଲୋକଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ହାଇକୋର୍ଟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।
ଗତ ଅକ୍ଟୋବର ୧୨ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବ୍ରଜମୋହନ ରାମଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ। ସେ ପୂର୍ବତନ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଇଛନ୍ତି।
ଝାଡ଼ଖଣ୍ଡର ପଲାମୁ ଜିଲାର ବାସିନ୍ଦା ବ୍ରଜମୋହନ ରାମ ପୂର୍ବରୁ ତିନିଥର ଲୋକସଭା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କର ଦୀର୍ଘ ରାଜନୈତିକ ଅଭିଜ୍ଞତା ଏବେ ରାଜ୍ୟପାଳ ଭାବେ ନୂଆ ଦାୟିତ୍ୱ ନିର୍ବାହରେ ସହାୟକ ହେବ ବୋଲି ଆଶା କରାଯାଉଛି।

Show More

Related Articles

Back to top button