ଆଜିଠୁ ମାଟ୍ରିକ ଫର୍ମ ଫିଲଅପ୍
ଭୁବନେଶ୍ୱର- ଆଜିଠୁ ମାଟ୍ରିକ ଫର୍ମ ଫିଲଅପ୍ ।ଆଜିଠୁ ମାଟ୍ରିକ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନଲାଇନରେ ହେବ । ଆସନ୍ତା ୧୮ ତାରିଖ ଯାଏ ଏହି ପ୍ରକ୍ରିୟା ଚାଲିବ। ବିଦ୍ୟାଳୟରେ ପଢୁଥିବା ରେଗୁଲାର୍ ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଅନଲାଇନ ମାଧ୍ୟମରେ ହେବ। ସେହିଭଳି କରେସପଣ୍ଡେଣ୍ଟ ରେଗୁଲାର୍ ଓ କରେସପଣ୍ଡେଣ୍ଟ ଏକ୍ସ ରେଗୁଲାର ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡର ଆଞ୍ଚଳିକ କାର୍ଯ୍ୟାଳୟର ଉପସମ୍ପାଦକଙ୍କ ଦ୍ବାରା ଅଫଲାଇନରେ କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଜାରି କରାଯାଇଛି ।
ଫର୍ମ ଫିଲଅପ ପ୍ରକ୍ରିୟା ଆସନ୍ତା ୧୮ ତାରିଖ ରାତି ୧୧ଟା ୪୫ର ପର୍ଯ୍ୟନ୍ତ ରହିଛି । ଅନ୍ୟପକ୍ଷରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ସିଲାବସ୍ ଆଧାରରେ ପାଠ୍ୟପୁସ୍ତକର ଅଧା କୋର୍ସ ତଥା ଟର୍ମ-୧ ଅନୁସାରେ ବିଦ୍ୟାଳୟ ସ୍ତରରେ ହୋଇଥିବା ଦୁଇଟି ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ନମ୍ବର ଆଜିଠାରୁ ବିଦ୍ୟାଳୟ କର୍ତ୍ତୁପକ୍ଷ ୱେବସାଇଟରେ ଅପଲୋଡ କରିବେ । ଇଣ୍ଟରନାଲ ଆସେସମେଣ୍ଟ ମାର୍କ ସହ ଆସପ୍ରେସନାଲ କମ୍ପୋନେଣ୍ଟସ ମାର୍କ ପ୍ରଧାନଶିକ୍ଷକମାନେ ଅପଲୋଡ କରିବେ ।