Breaking PLUSଦେଶମୁଖ୍ୟ ଖବର

ସମସ୍ତ ଜିଲା ମୁଖ୍ୟ ଡାକ୍ତରଖାନାରେ କର୍କଟ ରୋଗର ଚିକିତ୍ସା ବ୍ୟବସ୍ଥା କରାଯିବ -କେନ୍ଦ୍ର ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ- ଦେଶର ସମସ୍ତ ଜିଲା ମୁଖ୍ୟ ଡାକ୍ତରଖାନାରେ କର୍କଟ ରୋଗର ଚିକିତ୍ସା ବ୍ୟବସ୍ଥା କରାଯିବ। ଆଗାମୀ ୩ ବର୍ଷ ମଧ୍ୟରେ ଏହି ଲକ୍ଷ୍ୟ ପୂରଣ ହେବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଏହା ସହିତ ସ୍ବାସ୍ଥ୍ୟ କ୍ଷେତ୍ରରେ ସୁଧାର ଆଣିବା ଲାଗି ସରକାର ପଦକ୍ଷେପ ନେଇଛନ୍ତି। ବିଗତ ୧୦ ବର୍ଷରେ ମେଡିକାଲ ସିଟ୍ ୧.୧ ଲକ୍ଷ ବୃଦ୍ଧି ପାଇଛି। ଆସନ୍ତା ବର୍ଷ ଆହୁରି ୧୦ ହଜାର ମେଡିକାଲ ସିଟ ବୃଦ୍ଧି କରାଯିବ। ଆଗାମୀ ୫ ବର୍ଷ ଭିତରେ ୭୫ ହଜାର ସିଟ୍‌ ବୃଦ୍ଧି କରାଯିବ ବୋଲି ଅର୍ଥମନ୍ତ୍ରୀ ବଜେଟରେ ଘୋଷଣା କରିଛନ୍ତି।

Show More

Related Articles

Back to top button