
ବାତ୍ୟା ୟାସ୍ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ରବିବାର ସଂଧ୍ୟାରୁ ଭୁବନେଶ୍ବରରେ ପହଞ୍ଚିଛି କେନ୍ଦ୍ରୀୟ ଟିମ୍ । ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ଣ୍ଣଓ୍ୱାଲଙ୍କ ନେତୃତ୍ୱରେ ଏହି ଟିମ୍ ଆସିଛି। ଏହି ୭ ଜଣିଆ କେନ୍ଦ୍ରୀୟ ଟିମ୍ ଆଜିଠୁ ଦୁଇଦିନ ଧରି ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିବେ।ଆଜି ୪ ଟି ବାତ୍ୟା ପ୍ରଭାବିତ ଜିଲ୍ଲା ପରିଦର୍ଶନ କରିବ ଏହି ଟିମ୍ । ୨ ଭାଗରେ ବିଭକ୍ତ ହୋଇ ଏହି ଟିମ୍ ୨ ଟି ଲେଖାଁଏ ଜିଲ୍ଲା ଭିଜିଟ୍ କରିବ । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଗସ୍ତରେ ଯିବ ଏହି ଟିମ୍। ଏହା ପରେ ରାଜ୍ୟ ସରକାରଙ୍କ ସହିତ ମଧ୍ୟ ଆଲୋଚନା କରିବେ । ୨ ଦିନର ଅନୁଧ୍ୟାନ ପରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହ ଏହି ଟିମ୍ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।
କ୍ଷୟ କ୍ଷତି ର ଆକଳନ କରିବା ପରେ ଟିମ୍ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବ ।ବାତ୍ୟା ୟାସର କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରରୁ ଏହି ଟିମ୍ ଓଡ଼ିଶା ଆସିଛି। ପୂର୍ବରୁ ରାଜ୍ୟ ସରକାର କ୍ଷୟକ୍ଷତିର ଆକଳନ ମଧ୍ୟ କରୁଛନ୍ତି। ଜିଲ୍ଲା ପ୍ରଶାସନ ମାଧ୍ୟମରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଅନୁସାରେ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ଏବେ କେନ୍ଦ୍ରୀୟ ଟିମ୍ ଆସି ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକ ପରିଦର୍ଶନ କରିବ।