Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
ଅସୁସ୍ଥ ବାଚସ୍ପତି ସୁରମା ପାଢ଼ୀଙ୍କୁ ଏମ୍ସରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅସୁସ୍ଥ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏମ୍ସରେ ପହଞ୍ଚି ବାଚସ୍ପତିଙ୍କୁ ସାକ୍ଷାତ୍ କରିଥିଲେ। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ସହ ମୁଖ୍ୟମନ୍ତ୍ରୀ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ସୂଚନା ଅନୁଯାୟୀ, ନିକଟରେ ଦକ୍ଷିଣ ଆଫ୍ରିକାର କେପ୍ଟାଉନ୍ରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘର ସମ୍ମିଳନୀରୁ ଫେରିବା ସମୟରେ ବାଚସ୍ପତି ଆହତ ହୋଇଥିଲେ। ଆହତ ହୋଇଥିଲେ ମଧ୍ୟ ସେପ୍ଟେମ୍ବର ୨୨ରେ ବିଧାନସଭାର ମୌସୁମୀ ଅଧିବେଶନର ପ୍ରଥମ ଦିନ ଗୃହ ପରିଚାଳନା କରିଥିଲେ।
ତେବେ ୨୩ ତାରିଖରେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ନିଆଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ବାଚସ୍ପତିଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ମୁଖ୍ୟମନ୍ତ୍ରୀଙ୍କ ଏହି ସାକ୍ଷାତ୍ ପରେ ତାଙ୍କ ସମର୍ଥକ ଓ ଶୁଭେଚ୍ଛୁଙ୍କ ମଧ୍ୟରେ ଚିନ୍ତା କିଛିଟା ହ୍ରାସ ପାଇଛି।



