ଆଜି ଦଳୀୟ ନେତା ଏବଂ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଦାୟିତ୍ୱ ଦେଇଛନ୍ତି ।ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ଦେଇଛନ୍ତି ଏହି ଦାୟିତ୍ୱ । ତେବେ ଆସନ୍ତୁ ଦେଖିବା କାହାକୁ କେଇଁ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି ।
-ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଅନୁଗୁଳ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି
– ସେହିପରି ଉଚ୍ଚ ଶିକ୍ଷା ମନ୍ତ୍ରୀ ରୋହିତ ପୁଜାରୀଙ୍କୁ ବଲାଙ୍ଗୀର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି ।
-ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ବରଗଡ଼
-ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ଭଦ୍ରକ
-କଣ୍ଟାମାଳ ବିଧାୟକ ମହିଧର ରାଣାଙ୍କୁ ବୌଦ୍ଧ
-ନିଆଳି ବିଧାୟକ ପ୍ରମୋଦ କୁମାର ମଲିକଙ୍କୁ କଟକ
-ଯୋଜନା ଓ ସମନ୍ବୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କୁ ଦେବଗଡ଼
-ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ରମ୍ଙ୍କୁ ଢେଙ୍କାନାଳ
-ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ଗଜପତି
-ପୂର୍ତ୍ତ, ଖଣି ଏବଂ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଗଞ୍ଜାମ
-ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲିକଙ୍କୁ ଜଗତ୍ସିଂହପୁର
-ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶଙ୍କୁ ଯାଜପୁର
-ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ଝାରସୁଗୁଡ଼ା
-ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି
-ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ କନ୍ଧମାଳ
-କୃଷି, ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି ।
-ଏହା ସହ ପାଟଣା ବିଧାୟକ ଜଗନ୍ନାଥ ନାୟକଙ୍କୁ କେନ୍ଦୁଝର
-ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କୁ ଖୋର୍ଦ୍ଧା
-କୋରାପୁଟ ବିଧାୟକ ରଘୁରାମ ପାଦଲଙ୍କୁ କୋରାପୁଟ
-ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି
-ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବିନୀ ପାତ୍ରଙ୍କୁ ମୟୂରଭଞ୍ଜ
-ଡାବୁଗାଁ ବିଧାୟକ ମନୋହର ରାନ୍ଧାରୀଙ୍କୁ ନବରଙ୍ଗପୁର
-ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନଙ୍କୁ ନୟାଗଡ଼
-ଜଳ ସଂପଦ ମନ୍ତ୍ରୀ ଟୁକୁନି ସାହୁଙ୍କୁ ନୂଆପଡା
-ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ପୁରୀ
-ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସଚୀଙ୍କୁ ରାୟଗଡ଼ା
-ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ସମ୍ବଲପୁର
-ପଞ୍ଚାୟତିରାଜ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତଙ୍କୁ ସୁବର୍ଣ୍ଣପୁର
-ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ସୁନ୍ଦରଗଡ଼ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।