Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ମେଘୁଆ ପାଗ, 5ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର- ବାତ୍ୟା ‘ଫେଙ୍ଗାଲ’ ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିଛି। ଏହାସହିତ ଶୀତ କମିଛି। ଆସନ୍ତା ୪ ତାରିଖ ଯାଏଁ ମେଘୁଆ ପାଗ ଲାଗି ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଥିବା ଆକଳନ କରାଯାଇଛି । ୫ ତାରିଖରେ ସୁମାତ୍ରା ନିକଟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଘନୀଭୂତ ହେବ। ଏହା ଶ୍ରୀଲଙ୍କା କିମ୍ବା ଦକ୍ଷିଣ ତାମିଲନାଡ଼ୁ ଆଡ଼େ ମୁହାଁଇବ। ଏହାର ସିଧା ପ୍ରଭାବ ଓଡ଼ିଶାରେ ପଡ଼ିବନାହିଁ ।