Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର- ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ପ୍ରକାଶ ପାଇଛି l