Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର- ଅନ୍ତ୍ୟୋଦୟ ଗୃହ ଯୋଜନାରେ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥି ସହିତ ନୂତନ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର, କୋରାପୁଟ ଏବଂ କନ୍ଧମାଳ ଜିଲ୍ଲାର କିଛି ହିତାଧିକାରୀ ଯୋଗ ଦେଇଛନ୍ତି ।
କଳାହାଣ୍ଡି ଓ ନୂଆପଡା ଜିଲ୍ଲା ବ୍ୟତୀତ ଆଜି ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଓ ଦ୍ବିତୀୟ ପର୍ଯ୍ୟାୟରେ ୫୦ ହଜାର ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରାଯାଇଛି। ଆଜି ତୃତୀୟ ପର୍ଯ୍ୟାୟରେ ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button