Breaking PLUSଓଡ଼ିଶାମୁଖ୍ୟ ଖବର
କନ୍ଧମାଳରେ ମୁଖ୍ୟମନ୍ତ୍ରୀଙ୍କ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ

ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ପୂର୍ବାହ୍ନ ୧୧ଟା ରେ ଫୁଲବାଣୀସ୍ଥିତ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । କନ୍ଧମାଳ ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ଏହି ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହାସହିତ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ, ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରସ୍ତୁତ କରାଯାଇଥିଲା ।