ଆଜି ବାତ୍ୟା ମୁକାବିଲା ନେଇ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ସମ୍ଭାବ୍ୟ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ୨୬ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ଧରି ମାଡ଼ି ଆସିବ ବାତ୍ୟା 'ୟାସ୍'। ତେବେ ବାତ୍ୟା ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ କରିବେ ସମୀକ୍ଷା।

ଆଜି ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୨୪ ତାରିଖରେ ଏହା ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହେବ । ସମ୍ଭାବ୍ୟ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ୨୬ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ଧରି ମାଡ଼ି ଆସିବ ବାତ୍ୟା ‘ୟାସ୍’। ତେବେ ବାତ୍ୟା ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ କରିବେ ସମୀକ୍ଷା। ଏହି ବୈଠକରେ ୧୪ଟି ଜିଲ୍ଲାର ପ୍ରସ୍ତୁତି ସଂପର୍କରେ ଆଲୋଚନ ହେବ। ଅପରାହ୍ନରେ ବାତ୍ୟା ମୁକାବିଲା ବୈଠକ ହେବ। ଏହି ବୈଠକରେ ଜିଲ୍ଲାପାଳ, ମୁଖଶାସନ ସଚିବ, ଏସଆରସି, ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ଶୁକ୍ରବାର ସଂଧ୍ୟା ସୁଦ୍ଧା ଦକ୍ଷିଣ-ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଶନିବାରକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପରେ ପରିଣତ ହେବ । ୨୪ ତାରିଖ ସୁଦ୍ଧା (ସୋମବାର) ଘନୀଭୂତ ହୋଇ ବାତ୍ୟା ‘ୟାସ୍’ ରୂପ ନେବ ।ଭେରି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମ ରୂପ ନେଲେ ପବନର ବେଗ ୧୧୮ରୁ ୧୬୬ କିଲୋମିଟର ଯାଏ ରହିବ । ଭୟାନକ ରୂପ ନେବ ସମୁଦ୍ର।