Breaking PLUSଓଡ଼ିଶାମୁଖ୍ୟ ଖବର
କାଲି ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ, ଉଭଣୀଙ୍କ ମୃତ୍ୟୁ ପାଇଁ ପାଳିବେନି ବାର୍ଥ ଡେ’

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପଡୁଛି। ଏଥର ନବୀନ ପଟ୍ଟନାୟକ ଜନ୍ମଦିନ ପାଳନ କରିବେ ନାହିଁ। ଶୁଭେଚ୍ଛୁମାନେ ଜନ୍ମଦିନ ଅଭିନନ୍ଦନ ଜଣାଇବା ପାଇଁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ସୂଚନା ଅନୁଯାୟୀ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ୍ମଦିନ ପାଳିବେ ନାହିଁ। ଗତ ମାସରେ ବଡ ଭଉଣୀ ଗୀତା ମେହେଟ୍ଟାଙ୍କ ବିୟୋଗ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଜନ୍ମ ଦିବସ ପାଳନ କରିବେ ନାହିଁ । ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି ବୋଲି କୁହାଯାଇଛି। ତେବେ ପୂର୍ବରୁ ରାଜ୍ୟରେ ବାତ୍ୟା ଏବଂ ଦୁର୍ବିପାକ ଭଳି ସ୍ଥିତି ଉପୁଜିଥିବାବେଳେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ୍ମଦିନ ପାଳନ କରିନଥିବା ଦେଖିବାକୁ ମିିଳିଥିଲା।