Breaking PLUSଓଡ଼ିଶାମୁଖ୍ୟ ଖବର
ମହିଳା ହିଂସା ବିରୁଦ୍ଧରେ ସରକାର ‘ଶୂନ୍ୟ ସହନଶୀଳତା’ ନୀତି ଅବଲମ୍ବନ କରୁଛନ୍ତି- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର- ମହିଳା ହିଂସା ବିରୁଦ୍ଧରେ ସରକାର ‘ଶୂନ୍ୟ ସହନଶୀଳତା’ ନୀତି ଅବଲମ୍ବନ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ସେ କହିଛନ୍ତି ଯେ, ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ସହିତ ଥିବା ଜଣେ ମହିଳାଙ୍କୁ ଅସଦାଚରଣ ତଥା ଆକ୍ରମଣ ଅଭିଯୋଗକୁ ସରକାର ଅତ୍ୟନ୍ତ ଗୁରୁତର ଭାବେ ଗ୍ରହଣ କରିଛନ୍ତି। ଘଟଣା ସରକାରଙ୍କ ଦୃଷ୍ଟିକୁ ଆସିବା ମାତ୍ରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସହିତ ଆଇନ ଅନୁଯାୟୀ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଇଛି। ଘଟଣା ଅତ୍ୟନ୍ତ ସଂବେଦନଶୀଳ ହୋଇଥିବାରୁ କ୍ରାଇମ ବ୍ରାଞ୍ଚକୁ ଘଟଣାର ଯାଞ୍ଚ କରି ତୁରନ୍ତ ନିର୍ଦ୍ଦିଷ୍ଟ ସମୟସୀମା ଭିତରେ ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ରିପୋର୍ଟ ପ୍ରାପ୍ତ ହେବା ମାତ୍ରେ ଆଇନ ଅନୁଯାୟୀ ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ମହିଳା ହିଂସା ବିରୁଦ୍ଧରେ ସରକାର ‘ଶୂନ୍ୟ ସହନଶୀଳତା’ ନୀତି ଅବଲମ୍ବନ କରୁଛନ୍ତି ଏବଂ ମହିଳା ନିର୍ଯ୍ୟାତନାକୁ କୌଣସି ପ୍ରକାରେ ବରଦାସ୍ତ କରାଯିବ ନାହିଁ।