Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
ନୂଆପଡ଼ାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର- ନୂଆପଡ଼ାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୋଟମା ଏୟାରଷ୍ଟ୍ରିପ୍ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ପ୍ରଭାରୀ ବିଜୟପାଲ୍ ସିଂ ତୋମାର, ମନ୍ତ୍ରୀ ସୁରେଶ ପୂଜାରୀ ବି ପହଞ୍ଚିଲେ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିବେ । ଆଜି ଦୁଇଟି ସ୍ଥାନରେ ରୋଡ ସୋ କରିବେ ମୁଖ୍ୟମନ୍ତ୍ରୀ ।
ଆଜି ଓଡ଼ିଶା ଇତିହାସରେ ପ୍ରଥମ ଥର ଲାଗି ଜଣେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ମାଓପ୍ରବଣ ତଥା ଉପାନ୍ତ ଅବହେଳିତ ଅଞ୍ଚଳ ଭାବେ ପରିଚିତ ସୁନାବେଡ଼ାରେ ପାଦ ଦେଇଛନ୍ତି। ଏଠାରେ ଥିବା ପ୍ରତ୍ୟକ୍ଷ ଦେବୀ ମା ସୁନାଦେଇଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମା’ଙ୍କର ଆଶୀର୍ବାଦ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ରାଜ୍ୟ ବିଜେପି ପ୍ରଭାରୀ ବିଜୟପାଲ ସିଂ ତୋମର୍, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଅଛନ୍ତି।


