Breaking PLUSଓଡ଼ିଶାମୁଖ୍ୟ ଖବର

ଜୁନ୍ ୨ ତାରିଖରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 30 ମେ- ଜୁନ୍ ୨ ତାରିଖରୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ  । ପ୍ରଥମ ଦିନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ବିଭାଗର ସମୀକ୍ଷା କରାଯିବ  । ୨ ବର୍ଷର ପ୍ରଦର୍ଶନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଉଛନ୍ତି ସବୁ ବିଭାଗର ମନ୍ତ୍ରୀ । ୯ ତାରିଖ ଭିତରେ ସବୁ ବିଭାଗର ରିପୋର୍ଟ ସମୀକ୍ଷା ଶେଷ ହେବ । ରିପୋର୍ଟ କାର୍ଡ ସମୀକ୍ଷା ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ପ୍ରତିକ୍ରିୟା ରଖିଛନ୍ତି । ୨ ବର୍ଷ ମଧ୍ୟରେ ଆମ ବିଭାଗ ବହୁତ କାମ କରିଛି । ପୂର୍ବରୁ ମେଟାଲ ସେକ୍ଟରରେ ଅଧିକ ପୁଞ୍ଜି ନିବେଶ ଆସୁଥିଲା । ଏବେ ଅକ୍ଷୟ ଶକ୍ତି, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଅଧିକ ପୁଞ୍ଜି ଆସୁଛି । ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଆ ପିଲାଙ୍କୁ ବିଶ୍ୱସ୍ତରରେ ସଫଳତା ମିଳୁଛି ।

Show More

Related Articles

Back to top button