Breaking PLUSଓଡ଼ିଶାମୁଖ୍ୟ ଖବର

ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

ଭୁବନେଶ୍ୱର- ଲୋକସେବା ଭବନରେ ଜିଲ୍ଲାପାଳ ଓ ଏସପି ସମ୍ମିଳନୀର ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ଏସପିଙ୍କୁ ଅଭିଭାଷଣ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଓଡ଼ିଶା ପୁଲିସର ମନ୍ତ୍ର ହେଉଛି ସେବା ଓ ସୁରକ୍ଷା। ଆମ ରାଜ୍ୟରେ ମହିଳାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ କରିବା ଆମ ସରକାର ପ୍ରତିଶ୍ରୁତିବଦ୍ଧ। ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଅନ୍ତୁ। ରାତିରେ ଥାନାକୁ ଅଭିଯୋଗ କରିବାକୁ ଆସୁଥିବା ପ୍ରତ୍ୟେକ ଅଭିଯୋଗକାରୀଙ୍କୁ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଖାସ କରି ଥାନାରେ ମହିଳାଙ୍କ ପ୍ରତି ଉଚିତ ବ୍ୟବହାର କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦୁର୍ନୀତି, ଅନିୟମିତା, କ୍ଷମତା ଦୂରୁପଯୋଗକୁ ବରଦାସ୍ତ କରାଯିବନି। ମୁଁ ନିଜେ ଭୁକ୍ତଭୋଗୀ, ତେଣୁ ଏହାକୁ ଆମ ସରକାର ଗୁରୁତ୍ୱ ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଥାନା ଅଧିକାରୀମାନେ ଫାଣ୍ଡିକୁ ଯାଇ ସ୍ଥିତି ଅନୁଧ୍ୟାନ କରନ୍ତୁ। ପୁଲିସର ବ୍ୟବହାର ପୁରା ଜିଲା ଓ ସମାଜ ଉପରେ ପଡ଼ିଥାଏ। ସେବା ଓ ସୁରକ୍ଷାକୁ ପ୍ରାଥମକିତା ଦେଇ କାମ କରନ୍ତୁ। ଓଡ଼ିଶାକୁ ବହୁତ ଆଗକୁ ନେବାର ଅଛି, ସାଥୀରେ କାମ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button