Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୧ ଏପ୍ରିଲ – ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଏହି ପବିତ୍ର ଦିବସରେ ସମସ୍ତ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଆମର ବରପୁତ୍ରମାନଙ୍କ ଅଦମ୍ୟ ସଂଘର୍ଷ ଓ ବଳିଦାନ ଯୋଗୁଁ ଆଜି ଆମେ ଏକ ସ୍ୱତନ୍ତ୍ର ପରିଚୟ ନେଇ ଗର୍ବର ସହ ଠିଆ ହୋଇଛୁ।

ଆଜିର ଏହି ପବିତ୍ର ଅବସରରେ, ଆସନ୍ତୁ ଆମର ଗୌରବମୟ ଐତିହ୍ୟକୁ ପାଥେୟ କରି ଏକ ‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ପୁନର୍ବାର ସଂକଳ୍ପବଦ୍ଧ ହେବା। କୃଷି, ଶିଳ୍ପ, ଶିକ୍ଷା ଓ ସଂସ୍କୃତିର ସମନ୍ୱୟରେ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ିତୋଳିବା।

ଏକ ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଏହି ଐତିହାସିକ ଦିବସ ଅବସରରେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଓଡ଼ିଆ ଭାଇ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।

ଭାଷା ଭିତ୍ତିରେ ଗଠିତ ପ୍ରଥମ ପ୍ରଦେଶ ଭାବେ ଓଡ଼ିଶା ବିଶ୍ୱ ଦରବାରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲା। ଏହି ଅବସରରେ ମୁଁ ସେହି ମହାନ ବରପୁତ୍ରମାନଙ୍କୁ ମୋର ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି, ଯେଉଁମାନଙ୍କ ତ୍ୟାଗ ଓ ଦୂରଦୃଷ୍ଟି ଯୋଗୁଁ  ଏକ ସ୍ୱତନ୍ତ୍ର ଓଡ଼ିଶା ସମ୍ଭବ ହୋଇଥିଲା।

ଆମ ସରକାର ଓଡ଼ିଆ ଅସ୍ମିତା ଓ ସଂସ୍କୃତିର ସୁରକ୍ଷା ପାଇଁ ସଦାସର୍ବଦା ପ୍ରତିଶ୍ରୁତିବଦ୍ଧ। ପ୍ରତିଟି ଓଡ଼ିଆର ସ୍ୱପ୍ନ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ଆମେ ନିରନ୍ତର କାର୍ଯ୍ୟ କରିଚାଲିଛୁ। ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ିତୋଳିବା ଆମର ଏକମାତ୍ର ଲକ୍ଷ୍ୟ। ଆଜିର ଏହି ପବିତ୍ର ଦିନରେ ଆସନ୍ତୁ ଆମେ ସମସ୍ତେ ମିଶି ଏକ ‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ଦୃଢ଼ ଶପଥ ନେବା।

Show More

Related Articles

Back to top button