Breaking PLUSଓଡ଼ିଶାମୁଖ୍ୟ ଖବର
ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବାରବାଟୀରେ ବୃହତ ବିଜୟ ପରେ ଭାରତୀୟ ଟିମକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାରବାଟୀ ଷ୍ଟାଡିୟମରେ ଖେଳାଯାଉଥିବା ଦ୍ଵିତୀୟ ଏକ ଦିବସୀୟ ଟୁର୍ଣ୍ଣାମେଣ୍ଟରେ ଇଂଲଣ୍ଡକୁ ପରାସ୍ତ କରି ବୃହତ ବିଜୟ ହାସଲ କରିଥିବା ଭାରତୀୟ କ୍ରିକେଟ ଟିମକୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଏହି ବିଜୟ ହାସଲ ପାଇଁ ସମସ୍ତ ଖେଳାଳିଙ୍କ ପରିଶ୍ରମ ଏବଂ ପ୍ରୟାସ ଅତ୍ୟନ୍ତ ପ୍ରଶଂସନୀୟ।