ଓଡ଼ିଶାପାଣିପାଗ

ଘନୀଭୂତ ହେଉଛି ସୃଷ୍ଠ ଘୂର୍ଣ୍ଣିବଳୟ,ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ଆରମ୍ଭ

ପୂର୍ବକେନ୍ଦ୍ରୀୟ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ  ସୃଷ୍ଟ ହୋଇଛି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷ ଆରମ୍ଭ ହୋଇଯାଇଛି । ବର୍ଷା ଓ ଘଡ଼ଘନି ନେଇ ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛନ୍ତି ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରୁ କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା

୨୦ ତାରିଖରୁ ବର୍ଷାର ପ୍ରଭାବ ବଢିବା ସହିତ କେତେକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ । ଏଥିପାଇଁ ୫ ଜିଲ୍ଲାକୁ ସତର୍କ କରିଛି ପାଣିପାଗ କେନ୍ଦ୍ର । ସେହିପରି ୧୬ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ କରାଯାଇଛି ।

Show More

Related Articles

Back to top button