ପ୍ରମୋଦ ଭଗତଙ୍କ ପାଖକୁ ଛୁଟିଛି ଶୁଭେଚ୍ଛାର ସୁଅ
ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣପଦକ ବିଜୟୀ ଓଡିଆ ପୁଅ ପ୍ରମୋଦ ଭଗତଙ୍କ ପାଖକୁ ଛୁଟିଛି ଶୁଭେଚ୍ଛାର ସୁଅ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କେନ୍ଦ୍ର କ୍ରୀଡାମନ୍ତ୍ରୀ, ଶିକ୍ଷାମନ୍ତ୍ରୀଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟୁଇଟ୍ କରି ପ୍ରମୋଦଙ୍କୁ ନିଜର ଜଣାଇଛନ୍ତି ଶୁଭେଚ୍ଛା ।
ଓଡିଆ ପୁଅ ପ୍ରମୋଦ ଭଗତଙ୍କ ଏହି ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇବା ସହ ଏହାକୁ ସ୍ୱର୍ଣ୍ଣିମ ମୁହୂର୍ତ୍ତ ବୋଲି କହିଛନ୍ତି । ତା ସହିତ ତାଙ୍କ ସଫଳତା ସାରା ଦେଶକୁ ଗୌରବାନିତ୍ୱ କରିଛି ବୋଲି ସେ କହିଛନ୍ତି । ଆଗାମୀ ଦିନରେ ତାଙ୍କର ଭବିଷ୍ୟତ ଆହୁରି ଉଜ୍ଜ୍ବଳ ହେବାକୁ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।
ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରି ଲେଖିଛନ୍ତି, ପ୍ରମୋଦଙ୍କ ଏହି ବିଜୟ ସମସ୍ତଙ୍କ ପାଇଁ ଗର୍ବର ମୁହୂର୍ତ୍ତ । ଏଥିସହ ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ବିଜୟ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତାଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର କ୍ରୀଡାମନ୍ତ୍ରୀ ମଧ୍ୟ ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।