Breaking PLUSଓଡ଼ିଶାମୁଖ୍ୟ ଖବର
ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଇସ୍ତାହାର ପ୍ରକାଶ

ନୂଆପଡା- ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଇସ୍ତାହାର ପ୍ରକାଶ ପାଇଛି । ଇସ୍ତାହାର ଉନ୍ମୋଚନ କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । କୃଷି ଭିତ୍ତିକ ଶିଳ୍ପ ପ୍ରତିଷ୍ଠା, ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରତିଶ୍ରୁତି ରହିଛି ଏହି ଇସ୍ତାହାରରେ । ଆଦିବାସୀଙ୍କୁ ଜଙ୍ଗଲ ଜମିପଟ୍ଟା,ଭୂମିହୀନଙ୍କୁ ଘରଡିହ ପଟ୍ଟା ପ୍ରଦାନ ପାଇଁ ପ୍ରତିଶ୍ରୁତି ଦିଆଯାଇଛି । ସ୍କୁଲରେ ଶିକ୍ଷକ ଓ ମେଡିକାଲରେ ଡାକ୍ତର ପଦବୀ ପୂରଣ ପାଇଁ ପ୍ରତିଶ୍ରୁତି ରହିଛି ।



