ଦେଶ ବିଦେଶ
ଦେଶରେ କମୁଛି ସଂକ୍ରମଣ, ୫୦ ହଜାର ତଳକୁ ଖସିଲା ଦୈନିକ ମାମଲା
ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୮୩ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୮୬୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୧୮୩ ଜଣଙ୍କ ମୃତ୍ୟୁ ଘଟିଛି ।
ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧ ଲକ୍ଷ ୮୩ ହଜାର ୧୪୩ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୪ ହଜାର ୪୯୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୧ ଲକ୍ଷ ୯୩ ହଜାର ୮୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୯୫୫୬୫।