Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୧ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୪୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୭୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୨୦୦୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୭୦୮୧୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।