Breaking PLUSଦେଶଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଅଶୋଧିତ ତୈଳଦର ବ୍ୟାରେଲ ପିଛା 85 ଡଲାର, ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର

ନୂଆଦିଲ୍ଲୀ- ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଅସ୍ଥିର ରହିଛି । ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା 85 ଡଲାର ରହିଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ମୂଲ୍ୟ ବ୍ୟାରେଲ ପିଛା 81 ଡଲାର ରହିଛି । ତେବେ ସାର୍ବଜନୀନ କ୍ଷେତ୍ରରେ ପେଟ୍ରୋଲ-ଡିଜେଲ ମୂଲ୍ୟ ସ୍ଥିର ରହିଛି ।
ଶନିବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା 96.72 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 89.62 ଡଲାର ରହିଛି । ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ 106.31 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 94.27 ଟଙ୍କା ରହିଛି । କୋଲକାତାରେ ପେଟ୍ରୋଲ ମୂଲ୍ୟ 106.03 ଟଙ୍କା ଓ ଡିଜେଲ ମୂଲ୍ୟ 92.76 ଟଙ୍କା ଏବଂ ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 102.63 ଟଙ୍କା ଡିଜେଲ ମୂଲ୍ୟ 94.24 ଟଙ୍କା ରହିଛି ।

Show More

Related Articles

Back to top button